Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସାୟଂକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋ’ ପ୍ରତି ଥରହରର କାରଣ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ମୋର ହୃଦୟ ଧକାଉଛି, ମହା ଭୟରେ ମୁଁ ଥରହର ହୋଇଅଛି। ମୋର ଆନନ୍ଦ ରୂପକ ସାୟଂକାଳ ମହାରାତ୍ରିର ଭୟର କାରଣ ହୋଇଛି।

Faic an caibideil Dèan lethbhreac




ଯିଶାଇୟ 21:4
19 Iomraidhean Croise  

ଏଥିରେ ଅଦୋନୀୟର ନିମନ୍ତ୍ରିତ ଲୋକ ସମସ୍ତେ ଭୀତ ହେଲେ, ପୁଣି, ଉଠି ପ୍ରତ୍ୟେକେ ଆପଣା ଆପଣା ବାଟରେ ଚାଲିଗଲେ।


ହାମନ୍‍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।


ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।


“ଯଦି କପୋତ ପରି ମୋହର ପକ୍ଷ ଥାʼନ୍ତା! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।


ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଲାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ରାଜା ବେଲ୍‍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।


ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।


ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ‘ଆହା, ସନ୍ଧ୍ୟା ହୁଅନ୍ତା କି!’ ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ‘ଆହା, ସକାଳ ହୁଅନ୍ତା କି!’


ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;


Lean sinn:

Sanasan


Sanasan