Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 22:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର ଓ ଦଳନର ଓ ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।

Faic an caibideil Dèan lethbhreac

ଓଡିଆ ବାଇବେଲ

5 କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ସଦାପ୍ରଭୁ ଏକ ସ୍ୱତନ୍ତ୍ର ଦିନ ବାଛିଛନ୍ତି। ସେହି ଦିନ ସେଠାରେ ବିଦ୍ରୋହ ଓ ବ୍ୟାକୁଳତା ଦେଖା ଦେବ। ଦର୍ଶନ ଉପତ୍ୟକାରେ ଲୋକମାନେ ପରସ୍ପରକୁ ଦଳିବେ। ପ୍ରାଚୀରଗୁଡ଼ିକୁ ଭାଙ୍ଗି ପକାଇବେ। ସେହି ଲୋକମାନେ ଉପତ୍ୟକାରେ ନଗରର ଲୋକମାନଙ୍କ ପ୍ରତି ପର୍ବତ ଉପରେ ଆର୍ତ୍ତନାଦ କରିବେ।

Faic an caibideil Dèan lethbhreac




ଯିଶାଇୟ 22:5
22 Iomraidhean Croise  

ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।


ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।


ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରିଗଲେ, ପୁଣି ସେହି ଆଜ୍ଞା ଶୂଶନ୍‍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍‍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍‍ ନଗର ଉଦ୍‍ବିଗ୍ନ ହେଲା।


ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।


ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?


କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ।


ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ‘ଆଜି ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।


ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;


“ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।


ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।”


ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।


ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।


ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।


ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।


ହେ ଦେଶ ନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।


ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।


ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।


ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,


ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ;


ସେତେବେଳେ ‘ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼,’ ‘ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।’


Lean sinn:

Sanasan


Sanasan