Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ସେ କହିଲେ, ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

12 ସଦାପ୍ରଭୁ କୁହନ୍ତି, “ହେ ଉତ୍ପୀଡ଼ନ କରୁଥିବା ସୀଦୋନର କୁଆଁରୀକନ୍ୟା, ତୁମ୍ଭେ ଆନନ୍ଦ କର ନାହିଁ କାରଣ ତୁମ୍ଭେ ଧ୍ୱଂସ ହେବ। ମାତ୍ର ତୁମ୍ଭେ କିତ୍ତୀମକୁ ଗଲେ ମଧ୍ୟ, ସେଠାରେ ତୁମ୍ଭେ ବିଶ୍ରାମ ପାଇବ ନାହିଁ।”

Faic an caibideil Dèan lethbhreac




ଯିଶାଇୟ 23:12
21 Iomraidhean Croise  

ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।


ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।


ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।


ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।


ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।


ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?


ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠିଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।


ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।


ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।


ଲୋକେ ସେମାନଙ୍କୁ ଡାକି କହିଲେ, “ହେ ଅଶୁଚି ଲୋକମାନେ, ଦୂର ହୁଅ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ!” ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, “ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।”


ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।


କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରିଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।


ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”


ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।


ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକମାନଙ୍କର ଶବ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,


Lean sinn:

Sanasan


Sanasan