Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ଵରୂପ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ସେହି ଲୋକମାନେ ଶସ୍ୟ ଖୋଜି ସମୁଦ୍ର ଆକ୍ରମଣ କଲେ। ସୋରର ସେହି ବଣିକଗଣ ନୀଳନଦୀର ଶସ୍ୟ କିଣିଲେ ଓ ଅନ୍ୟ ଦେଶରେ ବିକ୍ରୟ କଲେ।

Faic an caibideil Dèan lethbhreac




ଯିଶାଇୟ 23:3
12 Iomraidhean Croise  

ତହୁଁ କିରୀୟଥ୍‍-ଯିୟାରୀମ୍‍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।


ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।


ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି?


ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।


ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?


ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରିଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।


ତୁମ୍ଭେ ଆପଣା ଜ୍ଞାନ ଓ ବୁଦ୍ଧି ଦ୍ୱାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ଡାରରେ ସୁନା ଓ ରୂପା ସଞ୍ଚୟ କରିଅଛ;


କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;


ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।


ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;


Lean sinn:

Sanasan


Sanasan