Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, “ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କି ଯୁବତୀଗଣର ଭରଣପୋଷଣ କରି ନାହୁଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, “ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

4 ହେ ସୀଦୋନ, ତୁମ୍ଭେମାନେ ଲଜ୍ଜିତ ହୁଅ। କାରଣ ସାଗର ଓ ସାଗରର ଦୃଢ଼ ଦୁର୍ଗ କୁହନ୍ତି: “ମୋର ପିଲା ନାହାନ୍ତି। ତେଣୁ ମୁଁ ପ୍ରସବ ବେଦନା ଅନୁଭବ କରି ନାହିଁ। ପ୍ରସବ କରି ନ ଥିବାରୁ ଯୁବକମାନଙ୍କର ପ୍ରତିପାଳନ କରି ନାହିଁ କିମ୍ବା ଯୁବତୀମାନଙ୍କର ଭରଣପୋଷଣ କରି ନାହିଁ।”

Faic an caibideil Dèan lethbhreac




ଯିଶାଇୟ 23:4
12 Iomraidhean Croise  

ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍


ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।


ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;


ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।


ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।


ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।


Lean sinn:

Sanasan


Sanasan