Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 24:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେଦିନ ସଦାପ୍ରଭୁ ଊର୍ଦ୍ଧ୍ଵରେ ଊର୍ଦ୍ଧ୍ଵସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ତଳରେ ଭୂମଣ୍ତଳସ୍ଥ ରାଜଗଣକୁ ପ୍ରତିଫଳ ଦେବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ପୁଣି, ସେହି ଦିନ ସଦାପ୍ରଭୁ ଉର୍ଦ୍ଧ୍ୱରେ ଉର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

21 ସେଦିନ ସଦାପ୍ରଭୁ ଊର୍ଦ୍ଧ୍ୱସ୍ଥ ସୈନ୍ୟଙ୍କୁ ସୀମାନ୍ତଙ୍କୁ ଊର୍ଦ୍ଧ୍ୱରେ ଓ ପୃଥିବୀସ୍ଥ ରାଜାମାନଙ୍କୁ ପୃଥିବୀରେ ପ୍ରତିଫଳ ଦେବେ।

Faic an caibideil Dèan lethbhreac




ଯିଶାଇୟ 24:21
23 Iomraidhean Croise  

ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।


ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।


ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।


କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;


ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି।


ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।


“ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍‍ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;


ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ, ସଦାପ୍ରଭୁ ଏହା କହନ୍ତି।


ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।


ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;


Lean sinn:

Sanasan


Sanasan