Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 26:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀ-ମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତିନ୍ତ ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

21 ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସେମାନଙ୍କର ଅପରାଧ ଲାଗି ଶାସ୍ତି ଦେବାକୁ ନିଜ ସ୍ଥାନ ପରିତ୍ୟାଗ କରିଛନ୍ତି। ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ। ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ।

Faic an caibideil Dèan lethbhreac




ଯିଶାଇୟ 26:21
28 Iomraidhean Croise  

ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମ-ସ୍ଥାନ ନ ପାଉ।


ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ।


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।


କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସ ସ୍ଥାନରେ ଥାଇ ନିରୀକ୍ଷଣ କରିବା।”


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।


ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।


ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; “ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,


ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”


ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ!


ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି। ମାତ୍ର ଏଥିଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”


ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ?


ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,


ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”


ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।”


Lean sinn:

Sanasan


Sanasan