Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 39:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଦେଖ, ‘ଏକ ସମୟ ଆସୁଛି ଯେତେବେଳେ ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ସଞ୍ଚିତ ତୁମ୍ଭ ପୂର୍ବପୁରୁଷଙ୍କ ଦ୍ରବ୍ୟ ବାବିଲକୁ ନିଆଯିବ। ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି କୌଣସି ଦ୍ରବ୍ୟ ଛଡ଼ାଯିବ ନାହିଁ।’

Faic an caibideil Dèan lethbhreac




ଯିଶାଇୟ 39:6
11 Iomraidhean Croise  

ଆଉ ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।


ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।


ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।


ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜାଗଣର ସକଳ ଧନଭଣ୍ଡାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ।


ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ।


ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।


ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍‍, ରାଜକୀୟ ଓ କୁଳୀନ ବଂଶରୁ


Lean sinn:

Sanasan


Sanasan