Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ଵଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ସେତେବେଳେ ପରମେଶ୍ୱର ତାଙ୍କର ଲୋକମାନଙ୍କ ସହିତ ଅଛନ୍ତି ବୋଲି ପ୍ରମାଣ କରିବେ। ଦିବସରେ ପରମେଶ୍ୱର ଧୂମର ମେଘ ସୃଷ୍ଟି କରିବେ ଓ ରାତ୍ରିରେ ଜ୍ୱଳନ୍ତ ଅଗ୍ନିଶିଖା ସୃଷ୍ଟି କରିବେ। ଆଉ ଏହା ପ୍ରମାଣିତ ହେବ ଯେ ସିୟୋନର ସମସ୍ତ ପର୍ବତ ଓ ସମସ୍ତ ଆବାସ ଉପର ଆକାଶ ଏହି ଧୂମ ରୂପକ ମେଘରେ ଆଚ୍ଛାଦିତ ହେବ। ପ୍ରତ୍ୟେକ ଲୋକର ସୁରକ୍ଷା ପାଇଁ ଚନ୍ଦ୍ରାତାପ ବିସ୍ତୃତ ହେବ।

Faic an caibideil Dèan lethbhreac




ଯିଶାଇୟ 4:5
25 Iomraidhean Croise  

ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।


ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।


ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।


ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।


ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?


ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।


ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।


ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।


ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।


ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।


ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।


କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”


ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।”


ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।


କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।


କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


Lean sinn:

Sanasan


Sanasan