Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 40:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏକ ଜଣର ରବ ପ୍ରଚାର କରେ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ରାଜପଥ ସଳଖ କର।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଏକ ବ୍ୟକ୍ତିର ଉଚ୍ଚସ୍ୱର ଶୁଣ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର। ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ରାଜପଥ ସଳଖ ଓ ଚି‌କ୍‌କଣ କର।

Faic an caibideil Dèan lethbhreac




ଯିଶାଇୟ 40:3
16 Iomraidhean Croise  

ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।


ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।


ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ;


ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।


ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥସକଳ ଉଚ୍ଚ କରାଯିବ।


ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”


Lean sinn:

Sanasan


Sanasan