Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 41:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ “ସାହସିକ ହୁଅ” ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ ସାହସିକ ହୁଅ ବୋଲି ପ୍ରତ୍ୟେକେ ଆପଣା ଭାଇକି କହିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ ସାହସିକ ହୁଅ ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 “ସେମାନେ ପରସ୍ପରକୁ ସାହାଯ୍ୟ କଲେ ଓ ସାହସୀ ହେବାକୁ ପରସ୍ପରକୁ ଉତ୍ସାହିତ କଲେ।

Faic an caibideil Dèan lethbhreac




ଯିଶାଇୟ 41:6
10 Iomraidhean Croise  

ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”


ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।


ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।


ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ “ଯୋଡ଼ କର୍ମ ଉତ୍ତମ ହୋଇଅଛି” ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।


କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳ ପାନ ନ କରି କ୍ଳାନ୍ତ ହୁଏ।


Lean sinn:

Sanasan


Sanasan