ଯିଶାଇୟ 43:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ନୋହିବ , କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ। Faic an caibideilଓଡିଆ ବାଇବେଲ2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ। Faic an caibideilପବିତ୍ର ବାଇବଲ2 ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦଗ୍ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ। Faic an caibideil |
ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”