Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 47:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦ-ନଦୀରେ ଚାଲି କରି ଯାଅ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ପେଷଣା ପଥରରେ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ତୁମ୍ଭର ଜାମା କାଢ଼ି ପକାଅ, ପାଦ ଅନାବୃତ କର। ନଦୀ ଓ ଛୋଟ ନଦୀରେ ଗ୍ଭଲିକରି ଯାଅ।

Faic an caibideil Dèan lethbhreac




ଯିଶାଇୟ 47:2
22 Iomraidhean Croise  

ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା।


ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।


ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।


ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ।


ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;


ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।


ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।”


ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।


ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍‍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।


ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।


ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।


ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।


ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।


ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।


ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;


ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।


ଦୁଇ ଜଣ ସ୍ତ୍ରୀ ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ।


ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।


କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ।


ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।


Lean sinn:

Sanasan


Sanasan