Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 47:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ତୁମ୍ଭେ କହିଲ, ଆମ୍ଭେ ସଦାକାଳ କର୍ତ୍ତୃତ୍ଵକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏହି ସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

7 ତୁମ୍ଭେ କହିଲ, ‘ଆମ୍ଭେ ଚିରଦିନ ବଞ୍ଚିଲୁ ଓ ସଦାକାଳ ସାଆନ୍ତାଣୀ ହୋଇ ରହିବୁ।’ ଏଣୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ କିମ୍ବା ତା'ର ଶେଷଫଳ କ’ଣ ହେବ ସ୍ମରଣ କଲ ନାହିଁ।

Faic an caibideil Dèan lethbhreac




ଯିଶାଇୟ 47:7
18 Iomraidhean Croise  

ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ।


ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।


ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।


ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।


ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, ‘ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,’ ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।


ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’


“ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମକାଳ, ଦେଶର ଚାରି କୋଣରେ ଅନ୍ତିମକାଳ ଉପସ୍ଥିତ ହୋଇଅଛି।


ବାର ମାସର ଶେଷରେ ସେ ବାବିଲର ରାଜପ୍ରାସାଦରେ ବୁଲୁଥିଲା।


ମୁଁ ନବୂଖଦ୍‍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ୱୀ ଥିଲି।


ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।


ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।


Lean sinn:

Sanasan


Sanasan