Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଦଶ ମାଣ ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଦଶ ଏକର ପରିମିତ ଦ୍ରାକ୍ଷାକ୍ଷେତରୁ ମାତ୍ର ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଏବଂ ଦଶ ମହଣ ବୀଜରୁ ମାତ୍ର ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”

Faic an caibideil Dèan lethbhreac




ଯିଶାଇୟ 5:10
13 Iomraidhean Croise  

ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।


ମୋʼ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;


ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।


ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।


ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।


ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।


ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।


ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।


ସେହି ସକଳ ସମୟରେ କେହି କୋଡ଼ିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡ଼ିଏ ପାତ୍ର ହେଲା।


ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ।


ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।


Lean sinn:

Sanasan


Sanasan