ଯିଶାଇୟ 51:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବକାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ? Faic an caibideilପବିତ୍ର ବାଇବଲ (Re-edited) - (BSI)9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ପୁରୁଷ-ପରମ୍ପରାର ସମୟରେ , ସେପରି ଜାଗ। ଯେ ରାହବକୁ ଖଣ୍ତ ଖଣ୍ତ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ? Faic an caibideilଓଡିଆ ବାଇବେଲ9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ? Faic an caibideilପବିତ୍ର ବାଇବଲ9 ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସେହିପରି ଜାଗ। ରାହାବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି? Faic an caibideil |
ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।