Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 53:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ସେ ଉପଦ୍ରବ ଓ ବିଚାର ଦ୍ଵାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ,।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା ? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ଲୋକମାନେ ବଳପୂର୍ବକ ତାଙ୍କୁ ବିଗ୍ଭର ପାଇଁ ଧରି ନେଲେ ଓ ଉପଯୁକ୍ତ ବିଗ୍ଭର ତାଙ୍କ ପାଇଁ କରାଗଲା ନାହିଁ। ପୁଣି ସେ ଜୀବିତ ଲୋକମାନଙ୍କ ଦେଶରୁ ଦଣ୍ଡିତ ହେଲେ ଓ ସେ ସମୟରେ କିଏ ତାଙ୍କ ପ୍ରତି ସୁବିବେଚନା କଲା? ଆମ୍ଭ ଲୋକମାନଙ୍କର ପାପ ପାଇଁ ସେ ପ୍ରହାରିତ ହେଲେ।

Faic an caibideil Dèan lethbhreac




ଯିଶାଇୟ 53:8
15 Iomraidhean Croise  

ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।


ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି।


ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।


ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।


ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।


ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।


ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି


ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରିପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା।”


କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ


ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


Lean sinn:

Sanasan


Sanasan