Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 66:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”

Faic an caibideil Dèan lethbhreac

ପବିତ୍ର ବାଇବଲ

4 ମୁଁ ସେମାନଙ୍କ ପ୍ରତି କଠୋର ହେବି ଓ ଆଣିବି ଯାହା ସେମାନେ ଭୟ କରନ୍ତି କାରଣ ସେମାନେ ଉତ୍ତର କଲେ ନାହିଁ, ଯେତେବେଳେ ମୁଁ ସେମାନଙ୍କୁ ଡାକିଲି ଏବଂ ଶୁଣିଲେ ନାହିଁ ଯେତେବେଳେ ସେମାନେ କୁହା ହେଲେ। ସେମାନେ ସବୁକିଛି କଲେ ଯାହା ମୋର ଚକ୍ଷୁରେ ମନ୍ଦ ବୋଲି ବୁଝା ହେଲା। ସେମାନେ ଜିନିଷ ମନୋନୀତ କଲେ, ଯାହା ମୁଁ ପସନ୍ଦ କଲି ନାହିଁ।”

Faic an caibideil Dèan lethbhreac




ଯିଶାଇୟ 66:4
24 Iomraidhean Croise  

ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।


ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।


ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;


ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।


ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ।


ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।”


ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;


ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;


ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”


ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;


ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।


ତୁମ୍ଭେମାନେ ଖଡ୍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା।


ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍‍ବିଷୟରେ ଉତ୍ତର ଦେବା;


ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, “ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;


Lean sinn:

Sanasan


Sanasan