Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 8:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେମାନେ ଅତି କ୍ଳିଷ୍ଟ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ଵାରା ଓ ଆପଣା-ମାନଙ୍କ ପରମେଶ୍ଵରଙ୍କ ଦ୍ଵାରା ଅଭିଶାପ ଦେଇ ଊର୍ଦ୍ଧ୍ଵ ଆଡ଼କୁ ଆପଣା ଆପଣା ମୁଖ କରିବେ;

Faic an caibideil Dèan lethbhreac

ଓଡିଆ ବାଇବେଲ

21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;

Faic an caibideil Dèan lethbhreac

ପବିତ୍ର ବାଇବଲ

21 ତୁମ୍ଭେମାନେ ଯଦି ସେହି ଭୁଲ ଆଦେଶ ପାଳନ କରିବ ତେବେ ଦେଶରେ କଷ୍ଟ ଓ ଅନାହାର ଦେଖାଦେବ। ସେତେବେଳେ ସେମାନେ ବିରକ୍ତ ହେବେ ଏବଂ ସେମାନଙ୍କର ଶାସକ ଓ ପରମେଶ୍ୱରଙ୍କ ବିରୁଦ୍ଧରେ କହିବେ। ତା'ପରେ ସେମାନେ ପରମେଶ୍ୱରଙ୍କଠାରୁ ସାହାଯ୍ୟ ପାଇଁ ଊର୍ଦ୍ଧ୍ୱକୁ ଗ୍ଭହିଁବେ।

Faic an caibideil Dèan lethbhreac




ଯିଶାଇୟ 8:21
25 Iomraidhean Croise  

ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।


ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”


ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।”


ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ।


ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।”


ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”


ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।


ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।


ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।


ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା?


ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।


ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;


ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;


ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”


ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।


ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।


ପୁଣି, ସେସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।”


Lean sinn:

Sanasan


Sanasan