Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ଵାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସେହି ଜଳରାଶି ଯିହୁଦା ପର୍ଯ୍ୟନ୍ତ ମାଡ଼ିଯିବ ଓ ଯିହୁଦାର କଣ୍ଠ ପର୍ଯ୍ୟନ୍ତ ବ୍ୟାପିବ। ପରିଶେଷରେ ତାକୁ ବୁଡ଼ାଇ ଦେବ। “ହେ ଇମ୍ମାନୁୟେଲ, ଏହି ବନ୍ୟାଦ୍ୱାରା ତୁମ୍ଭର ସମସ୍ତ ଦେଶ ଜଳମଗ୍ନ ହେବ।”

Faic an caibideil Dèan lethbhreac




ଯିଶାଇୟ 8:8
22 Iomraidhean Croise  

ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍‍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।


ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।


ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।


ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।


ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”


ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।


“ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।


ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି।


ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ:


ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।


କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।


ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


Lean sinn:

Sanasan


Sanasan