Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

21 ଏହାର ଅର୍ଥ ହେଉଛି ମନଃଶି ଇଫ୍ରୟିମ ବିରୁଦ୍ଧରେ ଓ ଇଫ୍ରୟିମ ମନଃଶି ବିରୁଦ୍ଧରେ ଏବଂ ସେମାନେ ଉଭୟ ଯିହୁଦା ବିରୁଦ୍ଧରେ ଲଢ଼ିବେ। ତଥାପି ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଉପରେ କ୍ରୋଧିତ ଓ ସେମାନଙ୍କୁ ଦଣ୍ଡ ଦେବାରୁ ନିବୃତ୍ତ ହେବେ ନାହିଁ।

Faic an caibideil Dèan lethbhreac




ଯିଶାଇୟ 9:21
15 Iomraidhean Croise  

ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍‍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।


ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।


ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;


ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”


ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।”


ଏଉତ୍ତାରେ ମୁଁ ବନ୍ଧନୀ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି।


ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,


କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ।


ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।


ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଅଛି ଓ ମହା କୋଳାହଳ ହେଉଅଛି।


Lean sinn:

Sanasan


Sanasan