Biblia Todo Logo
Bìoball air-loidhne

- Sanasan -




ଯାକୁବଙ୍କ ପତ୍ର 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ଵର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଯଦି ଜ୍ଞାନର ଅଭାବ ଥାଏ, ସେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ, ତାହାହେଲେ ଈଶ୍ୱର ତାହାକୁ ଜ୍ଞାନ ଦେବେ, କାରଣ ସେ ଅକୁଣ୍ଠିତ ଜିତ୍ତରେ ଓ ଉଦାରଭାବେ ସମସ୍ତଙ୍କୁ ଦାନ କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

5 କିନ୍ତୁ ତୁମ୍ଭ ଭିତରୁ ଯଦି କେହି ଜ୍ଞାନର ଆବଶ୍ୟକ କରେ, ତା'ହେଲେ ତୁମ୍ଭେ ଏହା ପରମେଶ୍ୱରଙ୍କୁ ମାଗିବା ଉଚିତ୍। ପରମେଶ୍ୱର ଅତ୍ୟନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦେବାରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ୱର ତୁମ୍ଭକୁ ଜ୍ଞାନ ଦେବେ।

Faic an caibideil Dèan lethbhreac




ଯାକୁବଙ୍କ ପତ୍ର 1:5
31 Iomraidhean Croise  

କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।


ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକୁ କିଏ ବିଚାର କରି ପାରିବ?”


ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।


ପୁଣି, ଶିଳ୍ପକର୍ମ, ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି


ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ।


ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।


ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।


ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।


ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।”


ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।


ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।


ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।


Lean sinn:

Sanasan


Sanasan