ଯିରିମୀୟ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)15 କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ। Faic an caibideilଓଡିଆ ବାଇବେଲ15 କାରଣ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ। Faic an caibideilପବିତ୍ର ବାଇବଲ15 ସଦାପ୍ରଭୁ ପୁଣି କହିଲେ, “ଏହା ହେବ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟ ସମୂହର ସମୁଦାୟ ଗୋଷ୍ଠୀକୁ ଡାକିବା।” “ତେଣୁ ସେମାନେ ଆସି ଯିରୁଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ନିଜ ନିଜ ସିଂହାସନ ସ୍ଥାପନ କରିବେ। Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
ସେହି ସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ୱାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି।