Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, “ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ତଳର ତଳୁ ବିନଷ୍ଟ ହେବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ସଦାପ୍ରଭୁ ପୁଣି କହନ୍ତି, “ତୁମ୍ଭେମାନେ ସେମାନଙ୍କୁ କୁହ, ‘ସେହି ଦେବତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି। ତେଣୁ ସେମାନେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ୱଂସ ଓ ଲୁପ୍ତ ହେବେ।”’

Faic an caibideil Dèan lethbhreac




ଯିରିମୀୟ 10:11
14 Iomraidhean Croise  

କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।


ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।


ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।


ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।


ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।


ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’”


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।


ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।


ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।”


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।


ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।


ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍‍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,


ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।


Lean sinn:

Sanasan


Sanasan