Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।’”

Faic an caibideil Dèan lethbhreac

ପବିତ୍ର ବାଇବଲ

8 ମାତ୍ର ସେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ। ପ୍ରତ୍ୟେକ ନିଜ ନିଜ ଦୁଷ୍ଟ ଅନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କଲେ। ଚୁକ୍ତି ଅନୁସାରେ ଆଜ୍ଞା ପାଳନ ନ କଲେ ଯାହା ମନ୍ଦ ଘଟିବା କଥା ସେମାନଙ୍କ ଉପରେ ତାହା ବର୍ତ୍ତାଇଲୁ। ତଥାପି ସେମାନେ ପାଳନ କଲେ ନାହିଁ।’”

Faic an caibideil Dèan lethbhreac




ଯିରିମୀୟ 11:8
31 Iomraidhean Croise  

ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।


ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।


ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।


ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”


ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।


“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।


ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍‍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।


ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ୱଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।


ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।


ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।


Lean sinn:

Sanasan


Sanasan