Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ଵାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ଵାସ କର ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଏହି ଲୋକମାନେ ତୁମ୍ଭର ଭ୍ରାତୃଗଣ ଓ ତୁମ୍ଭ ପରିବାରର ଲୋକ ସଦୃଶ। ସେହି ଲୋକ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି। ସେମାନେ ତୁମ୍ଭ ପଶ୍ଚା‌‌‌ତ୍‌‌‌ଧାବନ କରି ଉଚ୍ଚସ୍ୱରରେ ଡାକ ପକାଇଛନ୍ତି। ସେମାନେ ବନ୍ଧୁଭଳି ତୁମ୍ଭକୁ ମିଠା କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।

Faic an caibideil Dèan lethbhreac




ଯିରିମୀୟ 12:6
25 Iomraidhean Croise  

ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;


ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।


ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।


ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।


କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।


ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।


ଏହେତୁ “ଅନାଥୋତ୍‍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”


ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।


ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ, ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।


ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।


ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।


ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।


କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।


ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।


କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,


Lean sinn:

Sanasan


Sanasan