Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ୟୁଚ୍ଛାୟା ଓ ଘୋର ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷାରେ ତୁମ୍ଭେମାନେ ତାଙ୍କର ପ୍ରଶଂସା କର।

Faic an caibideil Dèan lethbhreac




ଯିରିମୀୟ 13:16
36 Iomraidhean Croise  

ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।


କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,


ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।


ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।


ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।


ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।”


ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।


ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।


ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।


ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ।


ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।


କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।


ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।


ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!


ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।


ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।


ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।


ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି।


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’”


ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!


ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।


ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।


କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।


ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।


ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହି ସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।


ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”


ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।


ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ।


Lean sinn:

Sanasan


Sanasan