Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ଵରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ନୋହିବ?

Faic an caibideil Dèan lethbhreac

ଓଡିଆ ବାଇବେଲ

21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ?

Faic an caibideil Dèan lethbhreac

ପବିତ୍ର ବାଇବଲ

21 ତୁମ୍ଭେମାନେ କ’ଣ କହିବ ଯେତେବେଳେ ସଦାପ୍ରଭୁ ସେହି ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନିଯୁକ୍ତି କରିବେ ଯେଉଁମାନଙ୍କୁ ତୁମ୍ଭର ମିତ୍ର ହେବା ପାଇଁ ଶିକ୍ଷା ଦିଆଯାଇଥିଲା। ପ୍ରସବ କାଳୀନ ସ୍ତ୍ରୀଲୋକର ବେଦନା ତୁଲ୍ୟ ତୁମ୍ଭେମାନେ ଅନୁଭବ କରିବ, ନୁହେଁ କି?

Faic an caibideil Dèan lethbhreac




ଯିରିମୀୟ 13:21
17 Iomraidhean Croise  

ଏଥିରେ ଆହସ୍‌ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ବିରୁଦ୍ଧରେ ଉଠୁଅଛନ୍ତି।”


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।


ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।


‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।’


ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”


କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?


ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’


ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।


ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ‘ମୁଁ ଈଶ୍ୱର?’ ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।


କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


Lean sinn:

Sanasan


Sanasan