Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 13:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?

Faic an caibideil Dèan lethbhreac

ଓଡିଆ ବାଇବେଲ

23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ ?

Faic an caibideil Dèan lethbhreac

ପବିତ୍ର ବାଇବଲ

23 ଜଣେ କୃଷ୍ଣକାୟ କ’ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ ଓ ଚିତାବାଘ କ’ଣ ନିଜର ଦେହର ଛାପ ବଦଳାଇ ପାରିବ? ତେଣୁ ହେ ଯିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବାରେ ଅଭ୍ୟସ୍ତ, ତୁମ୍ଭେ କେବେ ସୁକର୍ମ କରି ପାରିବ ନାହିଁ।

Faic an caibideil Dèan lethbhreac




ଯିରିମୀୟ 13:23
13 Iomraidhean Croise  

ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ।


ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।


ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।


ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।


ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?


ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।


ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


Lean sinn:

Sanasan


Sanasan