Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 14:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ଆମ୍ଭେ ଯେବେ ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ଼୍‍ଗହତ ଲୋକ ! ପୁଣି, ଆମ୍ଭେ ଯେବେ ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଆମ୍ଭେ ଯେବେ ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ସେଠାରେ ‌‌ଖ‌ଡ଼୍‌ଗାହତ ଲୋକଙ୍କୁ ଦେଖୁ। ପୁଣି ଯେବେ ନଗରରେ ପ୍ରବେଶ କରୁ ତେବେ ସେଠାରେ ଦୁର୍ଭିକ୍ଷ ପୀଡ଼ିତ ଲୋକ ଦେଖୁ। କାରଣ ଭବିଷ୍ୟ‌ଦ୍‌ବକ୍ତା ଓ ଯାଜକ ଉଭୟ ଯଦିଓ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”

Faic an caibideil Dèan lethbhreac




ଯିରିମୀୟ 14:18
19 Iomraidhean Croise  

ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।


ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।


‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍‍ବକ୍ତାମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍‍ଗମନ କଲେ।


“ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


“ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।


ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।


ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।


କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।


ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।


“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।


ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


Lean sinn:

Sanasan


Sanasan