Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 16:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ‘ଇସ୍ରାଏଲ-ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେ ଯେ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ମାତ୍ର “ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ” ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।

Faic an caibideil Dèan lethbhreac

ପବିତ୍ର ବାଇବଲ

15 କିନ୍ତୁ ସମୟ ଆସୁଛି, ଯେତେବେଳେ ସେମାନେ କହିବେ, ‘ନିଶ୍ଚିତ ଭାବରେ ସଦାପ୍ରଭୁ ଅଛନ୍ତି, ଯିଏ କି ଇସ୍ରାଏଲୀୟମାନଙ୍କୁ ଉତ୍ତରରୁ ଓ ଯେଉଁଠାରେ ସେମାନେ ଥିଲେ ସେଠାରୁ ଫେରାଇ ଆଣିଥିଲେ।’ ସେତେବେଳେ ମୁଁ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲି, ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଫେରାଇ ଦେବି।

Faic an caibideil Dèan lethbhreac




ଯିରିମୀୟ 16:15
26 Iomraidhean Croise  

ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।


କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।


ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକୁ ପୁନର୍ବାର ଆଣିବା।


ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।


ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’


ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”


କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।


ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।


ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।


“ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।


କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”


ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।


ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।


ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।


କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।


ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।


କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,


ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।


ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ।” ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି।


Lean sinn:

Sanasan


Sanasan