Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ; କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ-ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ତେଣୁ ସଦାପ୍ରଭୁ ଏହି କଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ମୃତ୍ୟୁ ଶୋକ ପାଳିତ ହେଉଥିବା ଗୃହକୁ ଯାଅ ନାହିଁ। ତୁମ୍ଭେ ସେମାନଙ୍କୁ ବିଳାପ ଓ ଦୁଃଖ ଜଣାଇବାକୁ ଯାଅ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଆଶୀର୍ବାଦ, ଆମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ଦୟା କାଢ଼ି ନେଇଅଛୁ।”

Faic an caibideil Dèan lethbhreac




ଯିରିମୀୟ 16:5
13 Iomraidhean Croise  

ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।


ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”


ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।’”


ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।


କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।


ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’


ସେଥିରେ ଆଉ ଗୋଟିଏ ଅଶ୍ୱ ବାହାରି ଆସିଲା, ତାହା ଲୋହିତବର୍ଣ୍ଣ; ଲୋକେ ଯେପରି ପରସ୍ପରକୁ ହତ୍ୟା କରନ୍ତି, ଏଥିନିମନ୍ତେ ପୃଥିବୀରୁ ଶାନ୍ତି ଦୂର କରିବା ନିମନ୍ତେ ତାହାର ଆରୋହୀକୁ କ୍ଷମତା ଦିଆଗଲା, ପୁଣି, ତାହାକୁ ଗୋଟିଏ ବୃହତ୍ ଖଡ୍ଗ ଦିଆଗଲା।


Lean sinn:

Sanasan


Sanasan