Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀ-ମାନଙ୍କୁ ସାନ୍ତ୍ଵନା କରିବା ପାଇଁ ଲୋକେ ରୁଟୀ ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତାର ନିମନ୍ତେ ପାନ କରିବା ପାଇଁ ସାନ୍ତ୍ଵନାସୂଚକ ପାତ୍ର ଦେବେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

7 ମୃତ ବ୍ୟକ୍ତିଙ୍କ ଦୁଃଖରେ ଶୋକ କରୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେବାକୁ କେହି ଖାଦ୍ୟ ଆଣିବେ ନାହିଁ। ପିତାମାତାଙ୍କ ମୃତ୍ୟୁରେ ବିଳାପ କରୁଥିବା ପୁତ୍ରମାନଙ୍କୁ ପାନ କରିବା ନିମନ୍ତେ ସାନ୍ତ୍ୱନା ସୂଚକ ପାତ୍ର କେହି ଦେବେ ନାହିଁ।

Faic an caibideil Dèan lethbhreac




ଯିରିମୀୟ 16:7
8 Iomraidhean Croise  

ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ୱନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ।


ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।


ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ।


ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।


ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”


ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।


ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।


Lean sinn:

Sanasan


Sanasan