Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 18:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ ସେ ଯେବେ ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷା; ହେବା।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।”

Faic an caibideil Dèan lethbhreac

ପବିତ୍ର ବାଇବଲ

10 ପୁଣି ଯେତେବେଳେ ଦେଖିବୁ ଯେବେ ଆମ୍ଭର ଆଜ୍ଞା ପାଳନ ନ କରି ଦୁଷ୍କର୍ମ କରନ୍ତି, ତେବେ ଆମ୍ଭେ ସେମାନଙ୍କ ପାଇଁ ଯେଉଁ ମଙ୍ଗଳ କାମନା କରିଥିଲୁ ତହିଁରୁ ଆମ୍ଭେ କ୍ଷାନ୍ତ ହେବା।

Faic an caibideil Dèan lethbhreac




ଯିରିମୀୟ 18:10
14 Iomraidhean Croise  

ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


ମାତ୍ର ଧାର୍ମିକ ଲୋକ ଯଦି ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ-ଲଙ୍ଘନ କରିଅଛି, ସେହି ସତ୍ୟ-ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ।


ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞାଲଙ୍ଘନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେହି ଦିନ ସେ ଆପଣା ଦୁଷ୍ଟତା ଦ୍ୱାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେହି ଦିନ ସେ ଆପଣା ଧାର୍ମିକତା ଦ୍ୱାରା ବଞ୍ଚି ପାରିବ ନାହିଁ।


ଧାର୍ମିକ ଲୋକ ଆପଣା ଧାର୍ମିକତାରୁ ଫେରି ଅଧର୍ମ କଲେ, ସେ ତହିଁରେ ହିଁ ମରିବ।


ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;


ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ।


“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


ମାତ୍ର ଶାଉଲଙ୍କର ମରଣ ଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


Lean sinn:

Sanasan


Sanasan