Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 19:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

13 ଯିରୁଶାଲମର ସମସ୍ତ ଗୃହ ଓ ସମସ୍ତ ରାଜପ୍ରାସାଦଗୁଡ଼ିକ ତୋଫତ୍ ତୁଲ୍ୟ “ଅଶୁଚି” ସ୍ଥାନ ହେବ। କାରଣ ସେମାନେ ଆକାଶମଣ୍ଡଳସ୍ଥ ଅତିଥି ଉଦ୍ଦେଶ୍ୟରେ ଧୂପ ଜଳାଇ ଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରିଅଛନ୍ତି।’”

Faic an caibideil Dèan lethbhreac




ଯିରିମୀୟ 19:13
19 Iomraidhean Croise  

ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।


ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।


ଆଉ ଯିହୁଦାର ରାଜାମାନେ ଆହସ୍‌ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।


ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।


ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।


ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।


ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?


ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।


ଆଉ, ଯେଉଁ କଲ୍‍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।


ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”


ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।


ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;


ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,


କିନ୍ତୁ ଈଶ୍ବର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖାଅଛି, “‘ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


Lean sinn:

Sanasan


Sanasan