Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଦେବତାମାନେ ଈଶ୍ଵର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ଵରୂପଙ୍କୁ ବଦଳ କରିଅଛନ୍ତି ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ

11 କୌଣସି ଦେଶର ଲୋକମାନେ ସେମାନଙ୍କର ଦେବଗଣଙ୍କୁ ପରିତ୍ୟାଗ କରିଅଛନ୍ତି କି, ଯଦିଓ ସେମାନେ ମୂର୍ତ୍ତି ଥିଲେ ଏବଂ ପ୍ରକୃତ ପରମେଶ୍ୱର ନୁହନ୍ତି? ମାତ୍ର ମୋର ଲୋକମାନେ ସେମାନଙ୍କର ମହିମାମୟ ପରମେଶ୍ୱରଙ୍କୁ ନିଷ୍ଫଳ ବସ୍ତୁ ବଦଳରେ ପରିତ୍ୟାଗ କରିଅଛନ୍ତି, ଯାହାର ସେମାନଙ୍କୁ ପ୍ରଦାନ କରିବା ପାଇଁ କିଛି ନ ଥାଏ।

Faic an caibideil Dèan lethbhreac




ଯିରିମୀୟ 2:11
23 Iomraidhean Croise  

ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।


ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍‍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବାକୁ ଯାଉଅଛ?’


ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ? ଏଣୁ ଯେକେହି ଆପଣାର ପଦନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ।


ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।


ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।


ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।


ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ।”


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି?


‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍‍ବକ୍ତାମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍‍ଗମନ କଲେ।


“ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।


ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।


ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ


କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।


ପୁଣି, ଅକ୍ଷୟ ଈଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।


ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।


ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ବରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ବର ନୁହଁନ୍ତି, ସେମାନଙ୍କର ଦାସ ଥିଲ;


ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।


ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ


ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।


Lean sinn:

Sanasan


Sanasan