Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 2:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍ଗାମିନୀ ହେବି।

Faic an caibideil Dèan lethbhreac

ଓଡିଆ ବାଇବେଲ

25 ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।

Faic an caibideil Dèan lethbhreac

ପବିତ୍ର ବାଇବଲ

25 ହେ ଯିହୁଦୀ, ତୁମ୍ଭେ ନିଶ୍ଚିତ ଯେ, ସେ ଦେବଗଣଙ୍କ ପଶ୍ଚା‌‌ଦ୍‌‌ଗମନରୁ ନିବୃତ୍ତ ହେବା ଉଚିତ୍ ଓ ସେ ଦେବଗଣଙ୍କ ନିମନ୍ତେ ନିଜର କଣ୍ଠ ଶୁଷ୍କ କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେ କହିଲ, ‘ଆଉ ଦରକାର ନାହିଁ, କାରଣ ଆମ୍ଭେ ସେହି ବିଦେଶୀୟ ଦେବଗଣଙ୍କୁ ପୂଜା କରିଅଛୁ ଓ ସେମାନଙ୍କର ପଶ୍ଚା‌‌ଦ୍‌‌ଗାମୀ ହେବୁ, ସେମାନଙ୍କୁ ଆମ୍ଭେ ଛାଡ଼ିବୁ ନାହିଁ।’

Faic an caibideil Dèan lethbhreac




ଯିରିମୀୟ 2:25
27 Iomraidhean Croise  

ପୁଣି, ସେହି ଆହସ୍‌ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।


କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।


କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।


ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।


ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?


ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।


ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”


ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’


ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’


“ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍‍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।


ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।


ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।


ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍‍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।


ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।


ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।


ପୁଣି, ‘ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ,’ ତାହା କେବେ ଘଟିବ ନାହିଁ।


ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;


ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’


ତୁମ୍ଭେମାନେ କହିଅଛ, ‘ପରମେଶ୍ୱରଙ୍କର ସେବା କରିବାରେ କି ଲାଭ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ?


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,


ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’


କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?


ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।


ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।


Lean sinn:

Sanasan


Sanasan