Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 20:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ; “ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚସ୍ୱର କରେ;” କାରଣ ସଦାପ୍ରଭୁଙ୍କର ବାକ୍ୟ ମୋʼ ପ୍ରତି ସାରାଦିନ ଧିକ୍କାର ଓ ବିଦ୍ରୂପର ବିଷୟ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 କାରଣ ମୁଁ ଯେତେଥର କଥା କହେ, ସେତେଥର କ୍ରନ୍ଦନ କରେ; ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚ ସ୍ଵର କରେ; କାରଣ ସଦାପ୍ରଭୁଙ୍କର ବାକ୍ୟ ମୋʼ ପ୍ରତି ଦିନଯାକ ଧିକ୍କାର ଓ ବିଦ୍ରୂପର ବିଷୟ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

8 କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ; ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚ ସ୍ୱର କରେ; କାରଣ ସଦାପ୍ରଭୁଙ୍କର ବାକ୍ୟ ମୋ’ ପ୍ରତି ସାରାଦିନ ଧିକ୍‍କାର ଓ ବିଦ୍ରୂପର ବିଷୟ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ପ୍ରତ୍ୟେକ ଥର ମୁଁ କଥା କହେ ଓ କ୍ରନ୍ଦନ କରେ। ଦୌରାତ୍ମ୍ୟ ଓ ବିନାଶର କଥା ଉଚ୍ଚସ୍ୱରରେ କହେ। ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ପ୍ରତି ହୋଇଅଛି ବୋଲି କହିଲେ ମଧ୍ୟ ଲୋକେ ପ୍ରତିଥର ମୋତେ ଧି‌କ୍‌କାର ଓ ବିଦ୍ରୂପ କରିଛନ୍ତି।

Faic an caibideil Dèan lethbhreac




ଯିରିମୀୟ 20:8
26 Iomraidhean Croise  

ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”


ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?


ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।


ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।


ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’”


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।


ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।


ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।


ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।


ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।


ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,


ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।


ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି।


ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ।


ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।


ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।


Lean sinn:

Sanasan


Sanasan