Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 22:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ତୁମ୍ଭେମାନେ ମୃତ ରାଜାଙ୍କ ସକାଶେ ରୋଦନ କର ନାହିଁ। କିଅବା ତାହା ପାଇଁ ବିଳାପ କର ନାହିଁ। ମାତ୍ର ପ୍ରସ୍ଥାନ କରିବା ରାଜା ନିମନ୍ତେ ଅତିଶୟ କ୍ରନ୍ଦନ କର। କାରଣ ସେ ଆଉ ଫେରିବ ନାହିଁ କି ଆପଣା ଜନ୍ମଭୂମି ଆଉ ଦେଖିବ ନାହିଁ।

Faic an caibideil Dèan lethbhreac




ଯିରିମୀୟ 22:10
19 Iomraidhean Croise  

ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ।


ତାଙ୍କ ସମୟରେ ମିସରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।


ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍‍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍‌ଙ୍କୁ ଧରି ମିସରକୁ ନେଇଗଲା।


ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;


ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।


କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।


ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍‍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରିଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;


ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ! କହି ତାହା ପାଇଁ ବିଳାପ କରିବେ ନାହିଁ; ‘ହାୟ, ପ୍ରଭୁ!’ ଅବା ‘ହାୟ, ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।


ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ।”


ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’


ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।


ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”


କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।


“ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।


କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;


Lean sinn:

Sanasan


Sanasan