Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ! କହି ତାହା ପାଇଁ ବିଳାପ କରିବେ ନାହିଁ; ‘ହାୟ, ପ୍ରଭୁ!’ ଅବା ‘ହାୟ, ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ଏହେତୁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଲୋକମାନେ, ହାୟ, ଆମ୍ଭର ଭାଇଣ! ଅବା ହାୟ, ଭଉଣୀଣ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁଣ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଏଣୁ ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ଲୋକମାନେ, ‘ହାୟ, ଆମ୍ଭର ଭାଇ! ଅବା ହାୟ, ଆମ୍ଭ ଭଉଣୀ’ ବୋଲି ଡାକି ତାଙ୍କ ପାଇଁ ବିଳାପ କରିବେ ନାହିଁ। ‘ହାୟ ପ୍ରଭୁ, ହାୟ ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।

Faic an caibideil Dèan lethbhreac




ଯିରିମୀୟ 22:18
17 Iomraidhean Croise  

ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।


ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ।


ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।


ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।


ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।


ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍‍, ଦ୍ୱିତୀୟ ଯିହୋୟାକୀମ୍‍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍‍।


ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।


ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ।


ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ;


ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ।


“ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”


ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପଦାହ କରିବେ; ଆଉ, ‘ହାୟ ପ୍ରଭୋ! ହାୟ ପ୍ରଭୋ!’ ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।”


ଏହେତୁ ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ।


Lean sinn:

Sanasan


Sanasan