Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 22:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 “ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍‍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ଵର କର ଓ ଅବାରୀମରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

20 ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍‍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

20 “ହେ ଯିହୁଦା, ତୁମ୍ଭେ ଲିବାନୋ‌ନ୍‌ର ପର୍ବତ ଉପରେ କ୍ରନ୍ଦନ କର। ତୁମ୍ଭେ ବାଶନର ପର୍ବତ ଉପରେ ଉଚ୍ଚ ସ୍ୱରରେ ପାଟି କର ଓ ଅବାରୀମର ପର୍ବତରୁ ବିଳାପ କର। କାରଣ ତୁମ୍ଭର ‘ପ୍ରେମିକମାନେ’ ବିନଷ୍ଟ ହୋଇଅଛନ୍ତି।

Faic an caibideil Dèan lethbhreac




ଯିରିମୀୟ 22:20
22 Iomraidhean Croise  

ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।


ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।


‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।’


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।


ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ?’ ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!


ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।


ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।


ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।


ଏନିମନ୍ତେ ହେ ଅହଲୀବା, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;


ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍‍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ।


ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।


“ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ।


Lean sinn:

Sanasan


Sanasan