Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 22:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

23 ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

23 “ହେ ରାଜା, ତୁମ୍ଭେ ଏରସ କାଠ ନିର୍ମିତ ଗୃହରେ ଉଚ୍ଚ ପର୍ବତ ଉପରେ ବାସ କରି ଲିବାନୋ‌ନ୍‌ରେ ରହିଲା ପରି ନିଜକୁ ନିରାପଦ ମନେ କରନ୍ତୁ। ମାତ୍ର ଯେତେବେଳେ ତୁମ୍ଭେ ଶାସ୍ତି ପାଇବ, ତୁମ୍ଭେ ପ୍ରସବ ବେଦନା ତୁଲ୍ୟ ବିଳାପ କରିବ।”

Faic an caibideil Dèan lethbhreac




ଯିରିମୀୟ 22:23
18 Iomraidhean Croise  

ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’


କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।


ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।


ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।


ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।


ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:


ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।


ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।


ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେହି ସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା।


ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଲାଇ ଆଣିବା।


ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜ୍ଜନ କରେ, ସେ ସନ୍ତାପର ପାତ୍ର!


ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।


Lean sinn:

Sanasan


Sanasan