Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 23:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ତୁମ୍ଭମାନଙ୍କର ଶାନ୍ତି ହେବ; ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

17 ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’

Faic an caibideil Dèan lethbhreac

ପବିତ୍ର ବାଇବଲ

17 ସେମାନେ ଆମ୍ଭର ଅବଜ୍ଞାକାରୀଙ୍କୁ ଆମ୍ଭର ବାକ୍ୟ ନ କହି ଭିନ୍ନ କଥା କୁହନ୍ତି। ସେମାନେ ସେମାନଙ୍କୁ କୁହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ।’ ପୁଣି ଯେଉଁମାନେ ଅବାଧ୍ୟ ହୋଇ ନିଜର ହୃଦୟରେ ଆଚରଣ ଅନୁସାରେ କାର୍ଯ୍ୟ କରନ୍ତି, ସେମାନଙ୍କୁ କୁହାଯାଏ, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ହେବ ନାହିଁ।’

Faic an caibideil Dèan lethbhreac




ଯିରିମୀୟ 23:17
34 Iomraidhean Croise  

ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’


ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ଆମ୍ଭର ପରମେଶ୍ୱର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”


ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।


ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”


ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;


ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।


ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି’ ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;


ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ‘ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ,’ ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:


ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।


କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।


“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’


ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”


ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।


ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;


ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।


ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


Lean sinn:

Sanasan


Sanasan