Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 23:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଯେଉଁ ଭବିଷ୍ୟଦ୍‍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

28 ଯେଉଁ ଭବିଷ୍ୟଦ୍ବକ୍ତା ସ୍ଵପ୍ନ ଦେଖିଅଛି, ସେ ସ୍ଵପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ଵସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?

Faic an caibideil Dèan lethbhreac

ଓଡିଆ ବାଇବେଲ

28 ଯେଉଁ ଭବିଷ୍ୟଦ୍‍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, “ଶସ୍ୟ ନିକଟରେ ପାଳ କଅଣ ?”

Faic an caibideil Dèan lethbhreac

ପବିତ୍ର ବାଇବଲ

28 ଶସ୍ୟ ସହିତ ପାଳ ସମାନ ନୁହେଁ। ଦେହିପରି ଯେଉଁ ଭବିଷ୍ୟ‌ଦ୍‌ବକ୍ତାଗଣ ଆମ୍ଭର ସ୍ୱପ୍ନ ଦେଖିଛନ୍ତି, ସେମାନେ ସେ ସ୍ୱପ୍ନକଥା ପ୍ରକାଶ କରନ୍ତୁ। ଯଦି ସେମାନେ ଆମ୍ଭର ବାକ୍ୟ ପାଇଛନ୍ତି ତେବେ ସେମାନେ ବିଶ୍ୱସ୍ତ ଭାବରେ ତାହା କୁହନ୍ତୁ।”

Faic an caibideil Dèan lethbhreac




ଯିରିମୀୟ 23:28
15 Iomraidhean Croise  

ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”


ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”


ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।


ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।


‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।


ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”


ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ?


ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।


“ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ?


ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?


ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।


ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।


ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,


Lean sinn:

Sanasan


Sanasan