Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 23:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

32 ସଦାପ୍ରଭୁ କହନ୍ତି, ଦେଖ,ଯେଉଁମାନେ ମିଥ୍ୟା ସ୍ଵପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ଵାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

32 ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

32 ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”

Faic an caibideil Dèan lethbhreac




ଯିରିମୀୟ 23:32
24 Iomraidhean Croise  

ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ।


ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,


ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।


‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।


ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।


“ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,


ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?


ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।


କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।”


ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?


ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


Lean sinn:

Sanasan


Sanasan