Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 23:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍‍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

33 ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ସଦାପ୍ରଭୁଙ୍କର ଭାରୋକ୍ତି କଅଣ? ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

33 ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍‍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’

Faic an caibideil Dèan lethbhreac

ପବିତ୍ର ବାଇବଲ

33 “ତା'ପରେ ଯେତେବେଳେ ଯିହୁଦାର ଲୋକମାନେ, କିଅବା ଭବିଷ୍ୟ‌ଦ୍‌ବକ୍ତାଗଣ କିଅବା ଯାଜକଗଣ ତୁମ୍ଭକୁ ପଗ୍ଭରନ୍ତି, ‘ହେ ଯିରିମିୟ, ସଦାପ୍ରଭୁଙ୍କର ଭାରୋକ୍ତି କ’ଣ?’ ସେତେବେଳେ ତୁମ୍ଭେ ନିଶ୍ଚିତ ଭାବରେ ସେମାନଙ୍କୁ ଉତ୍ତର କରିବ, ‘ତୁମ୍ଭେମାନେ ହେଉଛ ସଦାପ୍ରଭୁଙ୍କର ବୋଝ, ତେଣୁ ମୁଁ ତୁମ୍ଭମାନଙ୍କୁ ପରିତ୍ୟାଗ କରିବି।’ ଏହା ସଦାପ୍ରଭୁ କହନ୍ତି।

Faic an caibideil Dèan lethbhreac




ଯିରିମୀୟ 23:33
19 Iomraidhean Croise  

ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”


ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।


ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


ଯେଉଁ ବର୍ଷରେ ଆହସ୍‌ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।


“ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।


ଦେଖ, ସେମାନେ ମୋତେ କୁହନ୍ତି, “ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।”


ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।”


ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।


ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!


ନୀନିବୀ ବିଷୟକ ବାର୍ତ୍ତା। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।


ଏହି ବାର୍ତ୍ତା ଯାହା ହବକ୍କୂକ ଭବିଷ୍ୟଦ୍‍ବକ୍ତା ଦର୍ଶନରେ ପାଇଥିଲେ।


ହଦ୍ରକ୍‍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି।


ମଲାଖିଙ୍କ ଦ୍ୱାରା ଇସ୍ରାଏଲ ଲୋକମାନଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଘୋଷଣା।


Lean sinn:

Sanasan


Sanasan