Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 23:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପ୍ରତି ବାର୍ତ୍ତା। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି। ମୋର ଅସ୍ଥିସବୁ କମ୍ପୁଅଛି। ସଦାପ୍ରଭୁ ଓ ତାଙ୍କ ପବିତ୍ର ବାକ୍ୟ ହେତୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ତୁଲ୍ୟ ହୋଇଅଛି।

Faic an caibideil Dèan lethbhreac




ଯିରିମୀୟ 23:9
21 Iomraidhean Croise  

ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।


ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।


ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!


ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।


ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;


ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”


ଯଦି ପୁଣି, “ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ,” ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।


ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।”


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!


ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।


ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟଦେଇ, ଯିରୂଶାଲମର ମଧ୍ୟଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”


ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।


ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।


ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।


ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;


Lean sinn:

Sanasan


Sanasan