Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 25:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳ ଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ଼୍‍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳ ଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ

16 ତାହା ପାନ କରି ସେମାନେ ବାନ୍ତିକରି ଏଣେ ତେଣେ ଟଳମଳ ହେବେ। ପୁଣି ଆମ୍ଭେ ସେମାନଙ୍କ ବିରୁଦ୍ଧରେ ପଠାଇଥିବା ‌‌ଖ‌ଡ଼୍‌ଗ ହେତୁ ସେମାନେ ଉନ୍ମତ୍ତ ହେବେ।”

Faic an caibideil Dèan lethbhreac




ଯିରିମୀୟ 25:16
16 Iomraidhean Croise  

ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’


ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”


ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’


ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”


ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।


ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଲାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।


ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।


ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।


ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।


କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ।


ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚାଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ।


ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।


ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।


କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”


Lean sinn:

Sanasan


Sanasan