ଯିରିମୀୟ 25:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆମୋନର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ। Faic an caibideilଓଡିଆ ବାଇବେଲ3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ। Faic an caibideilପବିତ୍ର ବାଇବଲ3 “ଆମୋନର ପୁତ୍ର ଯିହୁଦାର ରାଜା ଯୋଶିୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ୍ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହୋଇଅଛି। ଆଉ ମୁଁ ପ୍ରତ୍ୟୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ। Faic an caibideil |
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।