ଯିରିମୀୟ 25:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’ Faic an caibideilପବିତ୍ର ବାଇବଲ (Re-edited) - (BSI)6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ଵାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ। Faic an caibideilଓଡିଆ ବାଇବେଲ6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।” Faic an caibideilପବିତ୍ର ବାଇବଲ6 ଆଉ ଅନ୍ୟ ଦେବଗଣର ପଶ୍ଚାତ୍ଧାବନ କର ନାହିଁ କିଅବା ସେମାନଙ୍କୁ ସେବା ଓ ପ୍ରଣାମ କର ନାହିଁ। ପୁଣି ଆପଣା ହସ୍ତକୃତ ପ୍ରତିମାଗଣକୁ ପୂଜା କରି ଆମ୍ଭକୁ ବିରକ୍ତ କର ନାହିଁ। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବା ନାହିଁ।” Faic an caibideil |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;